15ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ। ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି।
16ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।
17ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଅଛୁ? ସେ କହିଲା, ସେ ଜଣେ ଭାବବାଦୀ।
18ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ।
19ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?