18ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ।
19ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?
20ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
21କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ।
22ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।