20ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
21କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ।
22ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।
23ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ।
24ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।