22ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।
23ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ।
24ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
25ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି।
26ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?