ଯୋହନ 9

ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?

John 9:26 (UKJV) Then said they to him again, What did he to you? how opened he yours eyes?

24ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।

25ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି।

26ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?

27ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?

28ସେଥିରେ ସେମାନେ ତାହାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.