ଯୋହନ 9

ସେଥିରେ ସେମାନେ ତାହାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ।

John 9:28 (UKJV) Then they reviled him, and said, You are his disciple; but we are Moses' disciples.

26ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?

27ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?

28ସେଥିରେ ସେମାନେ ତାହାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ।

29ଆମ୍ଭେମାନେ ଜାଣୁ ଯେ, ଈଶ୍ବର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ।

30ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.