ଯୋହନ 9

ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।

John 9:3 (UKJV) Jesus answered, Neither has this man sinned, nor his parents: but that the works of God should be made manifest in him.

1ଯୀଶୁ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ।

2ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା?

3ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।

4ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।

5ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.