30ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା।
31ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।
32କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା।
33ଏ ଈଶ୍ବରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ।
34ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।