31ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।
32କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା।
33ଏ ଈଶ୍ବରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ।
34ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।
35ସେମାନେ ଯେ ତାହାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାହାର ଦେଖା ପାଇ କହିଲେ, “ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?”