5ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”
6ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ,
7ଯାଅ, ଶୀଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) “ପୋଖରୀରେ ଧୋଇ ହୁଅ।” ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା।
8ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?
9କେହି କେହି କହିଲେ, ଏ ସେ; ଆଉ କେହି କେହି କହିଲେ, ନା, ଏ ତାହା ପରି। ସେ କହିଲା, ମୁଁ ସେହି।