12ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”
13ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
14ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ-ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।”
15ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।
16ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।