1ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”
3ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
4ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।