7ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।
8ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?”
9ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”
10ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”
11ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।