2ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ।
3କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।
4ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।
5ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
6ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।