5ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
6ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।
7ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
8ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
9ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”