ଯୂନସ 2

ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।

Jonah 2:8 (UKJV) They that observe lying vanities forsake their own mercy.

6ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।

7ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।

8ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।

9ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”

10ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.