1ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
2“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
3ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା।
4ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”