2“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
3ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା।
4ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”
5ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।
6ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।