6ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।
7ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;
8ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
9କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
10ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।