ଯୂନସ 4

ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।

Jonah 4:1 (UKJV) But it displeased Jonah exceedingly, and he was very angry.

1ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।

2ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।

3ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.