9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
10ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,
11“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”
12ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,
13“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।