ଯିହୋଶୂୟ 1

ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।

Joshua 1:3 (UKJV) Every place that the sole of your foot shall tread upon, that have I given unto you, as I said unto Moses.

1ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,

2“ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।

3ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।

4ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

5ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.