ଯିହୋଶୂୟ 10

ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳଭୂମିରେ (ସ୍ତବ୍ଧ ହୁଅ)।”

Joshua 10:12 (UKJV) Then spoke Joshua to the LORD in the day when the LORD delivered up the Amorites before the children of Israel, and he said in the sight of Israel, Sun, stand you still upon Gibeon; and you, Moon, in the valley of Ajalon.

10ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।

11ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।

12ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳଭୂମିରେ (ସ୍ତବ୍ଧ ହୁଅ)।”

13ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।

14ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.