14ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
15ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ନେଉଟି ଆସିଲେ।
16ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
17ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
18ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।