16ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
17ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
18ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।
19ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
20ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।