ଯିହୋଶୂୟ 10

କାରଣ ଗିବୀୟୋନ୍‍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।

Joshua 10:2 (UKJV) That they feared greatly, because Gibeon was a great city, as one of the royal cities, and because it was greater than Ai, and all the men thereof were mighty.

1ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍‍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।

2କାରଣ ଗିବୀୟୋନ୍‍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।

3ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍‍ ରାଜାର ଓ ଯର୍ମୂତର କିରାମ୍‍ ରାଜାର ଓ ଲାଖୀଶ୍‍ର ଯାଫୀୟ ରାଜାର ଓ ଇଗ୍ଲୋନ୍‍ର ଦବୀର ରାଜାର ନିକଟକୁ କହି ପଠାଇଲା,

4“ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.