ଯିହୋଶୂୟ 10

ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।

Joshua 10:26 (UKJV) And afterward Joshua stroke them, and slew them, and hanged them on five trees: and they were hanging upon the trees until the evening.

24ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।

25ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।”

26ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।

27ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।

28ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.