26ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।
27ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
28ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।
29ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
30ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।