1ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।
2କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।
3ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,
4“ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”
5ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।