2କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।
3ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,
4“ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”
5ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
6ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”