ଯିହୋଶୂୟ 10

ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।

Joshua 10:7 (UKJV) So Joshua ascended from Gilgal, he, and all the people of war with him, and all the mighty men of valour.

5ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍‍ର ରାଜା ଓ ଇଗ୍ଲୋନ୍‍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍‍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।

6ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”

7ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।

8ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”

9ତହୁଁ ଯିହୋଶୂୟ ଅକସ୍ମାତ୍‍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍‍ଗଲ୍‍ଠାରୁ ରାତ୍ରିଯାକ ଚାଲିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.