7ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।
8ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”
9ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ।
10ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
11ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।