ଯିହୋଶୂୟ 11

ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।

Joshua 11:12 (UKJV) And all the cities of those kings, and all the kings of them, did Joshua take, and stroke them with the edge of the sword, and he utterly destroyed them, as Moses the servant of the LORD commanded.

10ସେହି ସମୟରେ ଯିହୋଶୂୟ ଫେରିଆସି ହାସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ୍ଗରେ ଆଘାତ କଲେ; ପୂର୍ବକାଳରେ ହାସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।

11ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।

12ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।

13ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।

14ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.