ଯିହୋଶୂୟ 11

ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।

Joshua 11:18 (UKJV) Joshua made war a long time with all those kings.

16ଏହିରୂପେ ଯିହୋଶୂୟ ସେହି ସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;

17ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।

18ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।

19ଗିବୀୟୋନ୍‍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।

20କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.