17ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।
18ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।
19ଗିବୀୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।
20କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।
21ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।