ଯିହୋଶୂୟ 11

ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,

Joshua 11:2 (UKJV) And to the kings that were on the north of the mountains, and of the plains south of Chinneroth, and in the valley, and in the borders of Dor on the west,

1ଏଥିଉତ୍ତାରେ ହାସୋରର ରାଜା ଯାବୀନ୍‍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍‍ ଓ ଶିମ୍ରୋଣର ରାଜା ଓ ଅକ୍‍ଷଫର ରାଜା ନିକଟକୁ,

2ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,

3ଅର୍ଥାତ୍‍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।

4ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.