20କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।
21ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।
22ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍ ଓ ଅସ୍ଦୋଦରେ କେହି କେହି ରହିଲେ।
23ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।