ଯିହୋଶୂୟ 11

ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।

Joshua 11:23 (UKJV) So Joshua took the whole land, according to all that the LORD said unto Moses; and Joshua gave it for an inheritance unto Israel according to their divisions by their tribes. And the land rested from war.

21ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।

22ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।

23ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.