1ଏଥିଉତ୍ତାରେ ହାସୋରର ରାଜା ଯାବୀନ୍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍ ଓ ଶିମ୍ରୋଣର ରାଜା ଓ ଅକ୍ଷଫର ରାଜା ନିକଟକୁ,
2ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,
3ଅର୍ଥାତ୍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।
4ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।
5ପୁଣି ଏସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।