ଯିହୋଶୂୟ 12

ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍‍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।

Joshua 12:5 (UKJV) And reigned in mount Hermon, and in Salcah, and in all Bashan, unto the border of the Geshurites and the Maachathites, and half Gilead, the border of Sihon king of Heshbon.

3ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।

4ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,

5ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍‍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।

6ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।

7ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.