ଯିହୋଶୂୟ 12

ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହି ସବୁ ରାଜା ଏହି;

Joshua 12:8 (UKJV) In the mountains, and in the valleys, and in the plains, and in the springs, and in the wilderness, and in the south country; the Hittites, the Amorites, and the Canaanites, the Perizzites, the Hivites, and the Jebusites:

6ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।

7ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ

8ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହି ସବୁ ରାଜା ଏହି;

9ଯିରୀହୋର ରାଜା, ଏକ; ବେଥେଲ୍‍ର ନିକଟସ୍ଥ ଅୟର ରାଜା

10ଯିରୂଶାଲମର ରାଜା, ଏକ; ହିବ୍ରୋଣର ରାଜା, ଏକ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.