1ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
2ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
3ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;