9ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
10ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
11ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
12ଅର୍ଥାତ୍, ଅଷ୍ଟାରୋତ୍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।
13ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।