15ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
16ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
17ହିଷ୍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍ବାଲ ଓ ବେଥ୍-ବାଲ-ମିୟୋନ,
18ଯହସ ଓ କଦେମୋତ୍ ଓ ମେଫାତ୍
19ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର