ଯିହୋଶୂୟ 13

ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;

Joshua 13:2 (UKJV) This is the land that yet remains: all the borders of the Philistines, and all Geshuri,

1ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।

2ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;

3ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;

4ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.