ଯିହୋଶୂୟ 13

ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।

Joshua 13:22 (UKJV) Balaam also the son of Beor, the fortune teller, did the children of Israel slay with the sword among them that were slain by them.

20ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍ଗା ଓ ବେଥ୍-ଯିଶିମୋତ, ତହିଁର ଏହି ସମସ୍ତ ନଗର।

21ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।

22ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।

23ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।

24ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନକୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.