30ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର
31ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।
32ଯର୍ଦ୍ଦନ-ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ-ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରିଦେଲେ।
33ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।