ଯିହୋଶୂୟ 13

ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।

Joshua 13:6 (UKJV) All the inhabitants of the hill country from Lebanon unto Misrephothmaim, and all the Sidonians, them will I drive out from before the children of Israel: only divide you it by lot unto the Israelites for an inheritance, as I have commanded you.

4ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।

5ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।

6ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।

7ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”

8ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.