ଯିହୋଶୂୟ 14

ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।

Joshua 14:11 (UKJV) As yet I am as strong this day as I was in the day that Moses sent me: as my strength was then, even so is my strength now, for war, both to go out, and to come in.

9ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’

10ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।

11ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।

12ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”

13ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.