ଯିହୋଶୂୟ 14

ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।

Joshua 14:13 (UKJV) And Joshua blessed him, and gave unto Caleb the son of Jephunneh Hebron for an inheritance.

11ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।

12ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”

13ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।

14ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ।

15ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.